Sun. Mar 8th, 2026
213 Views

ତେଲକୋଇ : କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ୍  ଶରତ ନାହାକ ନାମକ ଯୁବକକୁ ଗିରଫ କରିଛି।

ସୂଚନା ଅନୁଯାୟୀ, ନାବାଳିକା ଜଣଙ୍କ ଛାତ୍ରୀ ନିବାସରେ ରହି ପାଠ ପଢ଼ୁଥିଲେ। ହଠାତ୍ ତାଙ୍କ ଦେହ ଖରାପ ହୋଇଥିଲା। ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ଛାତ୍ରୀଙ୍କୁ ହରିଚନ୍ଦନପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଛାତ୍ରୀ ଜଣକ ଗର୍ଭବତୀ ଥିବା ଜଣାପଡ଼ିଥିଲା। ଏନେଇ ବିଦ୍ୟାଳୟ ପକ୍ଷରୁ ଛାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦେବା ସହିତ ହରିଚନ୍ଦନପୁର ଥାନାରେ ଅଭିଯୋଗ କରାଯାଇଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି।

By amfnews

Related Post