ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରା ଉପନିର୍ବାଚନ ପାଇଁ ଦାୟିତ୍ୱରେ ଥିବା ନେତାଙ୍କ ସହ ଆଜି ନବୀନ ନିବାସରେ ଆଲୋଚନା କରିଛନ୍ତି । ନବୀନ ନିବାସରେ ମନ୍ତ୍ରୀ ସୁଶାନ୍ତ ସିଂ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଅତନୁ ସବ୍ୟସାଚୀ ନାୟକଙ୍କ ସମେତ ଆଉ କେତେକ ନେତା ଏହି ସମୟରେ ଉପସ୍ଥିତ ଥିବା ଜଣାଯାଇଛି। ଆଗାମୀ ଦିନରେ ପାଟକୁରାରେ ବିଜେଡି କିପରି ବହୁ ଭୋଟ ବ୍ୟବଧାନରେ ବିଜୟଲାଭ କରିବ ସେଥିନେଇ ରଣନୀତି ଚୁଡାନ୍ତ ହୋଇଛି ଏହି ବୈଠକରେ ।
ଏଠାରେ ସୂଚନାଯୋଗ୍ୟ ବିଜେପିରୁ ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଥିବାବେଳେ ବିଜେଡିରୁ ସାବିତ୍ରୀ ଅଗ୍ରୱାଲ ପ୍ରାର୍ଥୀ ହୋଇଛନ୍ତି । ଏହି ନିର୍ବାଚନ ବିଜେଡି ଓ ବିଜେପି ବିଶେଷକରି ବିଜୟ ମହାପାତ୍ରଙ୍କ ପାଇଁ ସମ୍ମାନର ପ୍ରଶ୍ନ ପାଲଟିଛି । ପାଟକୁରା ପାଇଁ ଏପ୍ରିଲ ୨୯ରେ ନିର୍ବାଚନ ହେବାର ଥିଲା । କିନ୍ତୁ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ପରଲୋକ ଯୋଗୁଁ ନିର୍ବାଚନକୁ ମେ ୧୯ ଯାଏଁ ଘୁଂଚାଯାଇଥିଲା । ପରେ ଫୋନି ଯୋଗୁଁ ଏହାକୁ ସ୍ଥଗିତ ରଖାଯାଇଥିଲା ।