Sat. Mar 7th, 2026

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ : ପୁଞ୍ଜିଲାଲ ଜାମିନ ଶୁଣାଣି ଶେଷ, ରାୟ ସଂରକ୍ଷିତ

343 Views

କଟକ : ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧ୍ୟାପକ ପୁଞ୍ଜିଲାଲ ମେହେରର ଜାମିନ ଆବେଦନର ଶୁଣାଣି ହାଇକୋର୍ଟରେ ଶେଷ ହୋଇଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ତପୀଠ ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ଆଜି ମାମଲାର ଚୂଡାନ୍ତ ଶୁଣାଣି ସମୟରେ ଉଭୟ ଆବେଦନକାରୀ ଓ ସରକାରଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ମାମଲାର କେସ୍ ଡାଏରି ସରକାରଙ୍କ ପକ୍ଷରୁ ଦାଖଲ କରାଯାଇଥିଲା। ଆସନ୍ତା ଶୁକ୍ରବାର ସୁଦ୍ଧା ମାମଲାରେ ଲିଖିତ ଯୁକ୍ତି ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ ଯେ ୨୦୧୮, ଜୁନ ୧ରେ ପୁଞ୍ଜିଲାଲର ଜାମିନ ଆବେଦନ ବଲାଙ୍ଗୀର ଅତିରିକ୍ତ ଦୌରା ଜଜ୍‌ ଅଦାଲତ ଖାରଜ କରିବା ପରେ ସେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସରକାରଙ୍କ ପକ୍ଷରୁ ଏଏସସି ପ୍ରିୟବ୍ରତ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି। ୨୦୧୮ ଫେବ୍ରୁଆରି ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରିମା ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରିମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସୌମ୍ୟଶେଖରଙ୍କ ମୃତ୍ୟ ହୋଇଥିଲା। କ୍ରାଇମ୍‌ବ୍ରାଞ୍ଚ ପୁଞ୍ଜିଲାଲ ବିରୋଧରେ ୩୦୦ ପୃଷ୍ଠାର ପ୍ରଥମିକ ଚାର୍ଜସିଟ ପାଟଣାଗଡ଼ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଦାଖଲ କରିଥିଲା।

By amfnews

Related Post