Fri. Jul 31st, 2026

ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି

192 Views

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଆଜି କଟକ ଜିଲ୍ଲାରେ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରେ ୨୨ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

By amfnews

Related Post