Thu. Jul 23rd, 2026

ଫେବୃଆରୀରେ CBSE, ICSE ଦଶମ ଓ ଦ୍ୱାଦଶ ପରୀକ୍ଷା

303 Views

ଭୁବନେଶ୍ୱର :  ଚଳିତ ବର୍ଷ CBSE ଓ ICSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଲାଗି ତାରିଖ ଘୋଷଣା ହୋଇଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଫେବୃଆରୀ ୧୫ରୁ CBSE ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ। CBSE ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୫ରେ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ଶେଷ ହେବ। ସେହିପରି CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବୃୟାରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ। CBSE ୱେବ୍‌ସାଇଟ୍‌ରେ ପରୀକ୍ଷା ସମ୍ପର୍କିତ ସମ୍ପୂର୍ଣ୍ଣ ବିବରଣୀ ଉପଲବ୍ଧ ହୋଇଥିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି  ICSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଧ୍ୟ ଫେବୃଆରୀରେ ହେବ । ଫେବୃଆରୀ ୩ରୁ ICSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଫେବୃଆରୀ ୨୭ରୁ ICSE ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ।

By amfnews

Related Post