Thu. May 14th, 2026

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷା ସମ୍ଭାବନା

339 Views

ଭୁବନେଶ୍ବର, ଅକ୍ଟୋବର ୧୮ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ୨୧ ତାରିଖ ଯାଏ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ୨୦ ତାରିଖ ବେଳକୁ ଘନୀଭୂତ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଦକ୍ଷିଣ ଓଡ଼ିଶା ଉପକୂଳରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା ଉପକୂଳ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଢେଙ୍କାନାଳରେ ‍ବର୍ଷା ହେବାର ସମ୍ଭାବନା ରହିଛି। ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା ରହିଥିବାରୁ ଆଜି ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ସେଥିପାଇଁ ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଠାରୁ ତିନିଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗର ଭିତରକୁ ନ ଯିବା ପାଇଁ ସତର୍କ କରାଯାଇଛି।

By amfnews

Related Post