Thu. Oct 15th, 2026

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଛିଡା ହୋଇଥିବା ବସ୍‌ରେ ଆକସ୍ମିକ ଭାବେ ଲାଗିଲା ନିଆଁ

251 Views

ଭୁବନେଶ୍ୱର  : ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଛିଡା ହୋଇଥିବା ଏକ ବସ୍‌ରେ ବୁଧବାର ଅପରାହ୍ନରେ ହଠାତ ନିଆଁ ଲାଗି ଯାଇଥିଲା। ବସ୍‌ରେ ନିଆଁ ଲାଗିବା ଖବର ସଙ୍ଗେସଙ୍ଗେ ଅଗ୍ନିଶମ ବିଭାଗଙ୍କୁ ଦିଆଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ତେବେ ଏହି ଅଗ୍ନିକାଣ୍ଡ କିପରି ଘଟିଥିଲା ତାହାର କାରଣ ଅସ୍ପଷ୍ଟ ରହିଛି। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନଥିବା ସୂଚନା ମିଳିଛି।

By amfnews

Related Post