Sun. Jun 8th, 2025

ବର୍ଷାଙ୍କ ବିରୋଧରେ ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟରେ ପିଟିସନ୍ ଦାଖଲ କଲେ ଅନୁଭବ ମହାନ୍ତି

By amfnews Sep 6, 2020 #Featured
238 Views

ଭୁବନେଶ୍ବର, ସେପ୍ଟେମ୍ବର ୦୬ : ବର୍ଷା ଓ ଅନୁଭବଙ୍କ ବିଚ୍ଛେଦ ମାମଲାରେ ନୂଆ ଏକ ମୋଡ ଆସିଥିବା ଜଣାପଡିଛି । ଜୁଲାଇ 16ରୁ ସାଂସଦ ଅନୁଭବ ବର୍ଷାଙ୍କ ବିରୋଧରେ ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟରେ ଅନୁଭବ ମହାନ୍ତିଙ୍କ ପିଟିସନ୍ ଦାଖଲ କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଅନୁଭବଙ୍କ ବିରୋଧରେ ବର୍ଷା କୋର୍ଟରେ ଦାଖଲ କରିଥିବା ପିଟିସନ ସାମ୍ନାକୁ ଆସିବା ପରେ ଆଜି ବର୍ଷାଙ୍କ ବିରୋଧରେ ଅନୁଭବ ଦାଖଲ କରିଥିବା ପିଟିସନ୍ ସାମ୍ନାକୁ ଆସିଛି। ବର୍ଷାଙ୍କ ବିରୋଧରେ ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟରେ ଅନୁଭବ ମହାନ୍ତିଙ୍କ ପିଟିସନ୍ ଦାଖଲ କରିଛନ୍ତି। ସେ ଛାଡ଼ପତ୍ର ପିଟିସନ୍ ଦାଖଲ କରିଛନ୍ତି।

୪୭ ପୃଷ୍ଠା ସମ୍ବଳିତ ପିଟିସନ୍‌ରେ ଅନୁଭବ ପତ୍ନୀ ବର୍ଷାଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ଶାରୀରିକ ସମ୍ପର୍କ ପାଇଁ ବର୍ଷା ରାଜି ହେଉନଥିବା ସେ ପିଟିସନ୍‌ରେ ଉଲ୍ଲେଖ କରିଛନ୍ତି। ଶାରୀରିକ ସଂପର୍କ ସ୍ଥାପନ ନ ହେବାରୁ ଅସହଜ, ଅସୁଖୀ ମନେ କରୁଥିଲି ବୋଲି ଅନୁଭବ ଏଥିରେ ଦର୍ଶାଇଛନ୍ତି।

ଅନୁଭବ ଏଥିରେ ଆହୁରି ଉଲ୍ଲେଖ କରିଛନ୍ତି ଯେ, ବାହାଘରର ପ୍ରଥମ ଦିନରୁ ସଂପର୍କ ରଖିବାକୁ ବର୍ଷା ଅରାଜି ଥିଲେ। ଶାରୀରିକ ସଂପର୍କ ରଖିବାକୁ ବର୍ଷା ୩/୪ ମାସ ସମୟ ମାଗିଥିଲେ। ସେ ବର୍ଷାଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ସମୟ ଦେଇଥିଲେ।

By amfnews

Related Post