Sat. Jul 4th, 2026

ବର୍ଷାରେ ବେହାଲ୍ ଓଡ଼ିଶା: ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି

176 Views

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବା ପରେ ରାଜ୍ୟରେ ବର୍ଷା ଲାଗିରହିଛି। ଗତ ରାତିରୁ କିଛି ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲିଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଥିବାରୁ ତଳିଆ ଅଞ୍ଚଳରେ ପାଣି ପଶିଛି।  ବ୍ରହ୍ମପୁରର ଅଶୋକନଗର ମୁଖ୍ୟ ରାସ୍ତା, ଗାନ୍ଧି ନଗର, ହିଲପାଟଣା ଆଦି ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଏସବୁ ଅଞ୍ଚଳରେ ପାଣି ପଶିଯିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ସେହିପରି ରାଜଧାନୀ ଭୁବନେଶ୍ୱର, କଟକ ଓ ବାଲେଶ୍ୱରରେ ବି ବର୍ଷା ଯୋଗୁ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି।  ଫଳରେ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି।

By amfnews

Related Post