Fri. May 22nd, 2026

ବସ୍‌-ଟ୍ରକ୍‌ ଧକ୍କା, ଚାଲିଗଲା ୧୨ ଜୀବନ

201 Views

ଭୋପାଲ: ମଧ୍ୟପ୍ରଦେଶର ରେୱା ସହରରେ ଆଜି ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି।

ସୂଚନା ଅନୁଯାୟୀ, ଆଜି ସକାଳ ୭ଟା ବେଳେ ଗୁଡ୍‌ ବାଇପାସ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ଟି ବାଇପାସ୍‌ ଅତିକ୍ରମ କରୁଥିବା ବେଳେ ହଠାତ୍‌ ଏକ ଟ୍ରକ୍‌ ଏହାକୁ ଧକ୍କା ଦେଇଥିଲା।

ଫଳରେ ବସ୍‌ର ଆଗ ପାର୍ଶ୍ୱଟି ସଂପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ପୁଲିସ୍‌ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ପ୍ରଥମେ ଆହତଙ୍କୁ ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି।

By amfnews

Related Post