Sun. Oct 4th, 2026

ମହାନଦୀ ଶୁଣାଣି ସେପ୍ଟେମ୍ବର ୨୮କୁ ଘୁଞ୍ଚିଲା

326 Views

ନୂଆଦିଲ୍ଲୀ  : ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଅନ୍ତରୀଣ ଆବେଦନର ଶୁଣାଣି ଘୁଞ୍ଚିଛି। ଅଣମୌସୁମୀ ବେଳେ ଜଳ ଛାଡ଼ିବା ନେଇ ଓଡ଼ିଶାର ଅନ୍ତରୀଣ ଆବେଦନ ଉପରେ ଟ୍ରିବ୍ୟୁନାଲରେ ଶୁଣାଣି ଶେଷ ହୋଇଛି।

ସେହିପରି ଛତିଶଗଡ଼ର କାଉଣ୍ଟର ଆବେଦନ ଶୁଣାଣି ସେପ୍ଟେମ୍ବର ୨୮ ତାରିଖକୁ ଘୁଞ୍ଚିଛି। ଓଡ଼ିଶାର ଆବେଦନକୁ ବିରୋଧ କରି ଛତିଶଗଡ଼ ପକ୍ଷରୁ ମଧ୍ୟ ଅପିଲ କରାଯାଇଥିଲା। ବର୍ଷା ଯୋଗୁ କ୍ଷେତ୍ର ପରିଦର୍ଶନ ହୋଇ ପାରିନଥିବା କୋର୍ଟକୁ ଜଣାଇଛନ୍ତି ଉଭୟ ପକ୍ଷ। ଜଷ୍ଟିସ ଏ.ଏମ ଖାନୱାଲିକରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ।

By amfnews

Related Post