Thu. Jan 9th, 2025

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

By amfnews Jul 4, 2019 #Featured
171 Views

ଭୁବନେଶ୍ୱର, ଜୁଲାଇ ୪ : ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯିବେ ତିନି ଠାକୁର । ବଡ଼ଚ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାକୁ ନେଇ ମାଉସୀ ଘରକୁ ଯିବେ କାଳିଆ ଠାକୁର । ଏଥିପାଇଁ ଉଛୁଳି ପଡ଼ୁଛି ଶ୍ରୀକ୍ଷେତ୍ର । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭକାମନା ଜଣାଇଛନ୍ତି ।

President of India

@rashtrapatibhvn

ପବିତ୍ର ରଥଯାତ୍ରାର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ।

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆସୁ, ଏହାହିଁ ମୋର କାମନା ।

– ରାଷ୍ଟ୍ରପତି କୋବିନ୍ଦ

ରାଷ୍ଟ୍ରପତି ଓଡ଼ିଆ ଭାଷାରେ ଟ୍ୱିଟ୍‌ କରି ସମସ୍ତ ଦେଶବାସୀଙ୍କୁ ଘୋଷ ଯାତ୍ରାର ଅଭିନନ୍ଦନ ଓ ଶୁଭେଚ୍ଛ ଜଣାଇଛନ୍ତି । ଏହା ସହିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆସୁ, ଏହାହିଁ କାମନା କରିଛନ୍ତି ଶ୍ରୀ କୋବିନ୍ଦ ।

View image on TwitterView image on Twitter

Narendra Modi

@narendramodi

Best wishes to everyone on the special occasion of the Rath Yatra.

We pray to Lord Jagannath and seek his blessings for the good health, happiness and prosperity of everyone.

Jai Jagannath.

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁସ୍ଥ ସ୍ୱାସ୍ଥ୍ୟ, ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୋଦୀ ।

Embedded video

Dharmendra Pradhan

@dpradhanbjp

ପବିତ୍ର ରଥଯାତ୍ରା ଅବସରରେ ଓଡିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ୧୩୦ କୋଟି ଭାରତୀୟ ତଥା ସାଢେ ୪ କୋଟି ଓଡିଆଙ୍କ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଆଶୀର୍ବାଦ ଅଛି ଓ ଆଗକୁ ମଧ୍ୟ ରହିବ,ଏହା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ କାମନା । ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ କୁସୁମିତ ହେଉ।

ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଓଡିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ୧୩୦ କୋଟି ଭାରତୀୟ ତଥା ସାଢେ ୪ କୋଟି ଓଡିଆଙ୍କ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଆଶୀର୍ବାଦ ଅଛି ଓ ଆଗକୁ ମଧ୍ୟ ରହିବ,ଏହା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ କାମନା । ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ କୁସୁମିତ ହେଉ ବୋଲି ସେ ଟ୍ୱିଟ୍‌ରରେ ଉଲ୍ଲେଖ କରିଛନ୍ତି ।

By amfnews

Related Post