226 Views
ଭୁବନେଶ୍ୱର, ସେପ୍ଟେମ୍ବର ୦୨ : ରାଜ୍ୟରେ ବୁଧବାର ଦିନ ଆଉ ୧୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ମୃତ୍ୟୁବରଣ କରିଥିବା ୧୧ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ପୁରୀ, ରାୟଗଡ଼ା, ସମ୍ବଲପୁର, ଜଗତ୍ସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।