231 Views
ଭୁବନେଶ୍ୱର, ନଭେମ୍ବର ୨୨ : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 15 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1640 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 4ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ 3 ଜଣ ଓ କେନ୍ଦୁଝରର 2 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବଲାଙ୍ଗିର, କଟକ, ଗଞ୍ଜାମ. ଅନୁଗୁଳ, ଝାରସୁଗୁଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।