146 Views
ଭୁବନେଶ୍ୱର, ଅଗଷ୍ଟ ୧୯ : ଆଜି ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଗଞ୍ଜାମରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ, ବରଗଡ଼ ଏବଂ ଭଦ୍ରକରୁ ଜଣେ ଲେଖାଏ। ଏହିପରି ମୋଟ୍ ୧୦ ଜଣଙ୍କ ମୃତ୍ୟୁ ଘଟିଛି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭, ୧୨୨ରେ ପହଞ୍ଚିଥିବା ବେଳେ ୪୩,୩୧୫ ଜଣ ସୁସ୍ଥ ହୋଇଛନ୍ତି। ୨୧,୩୮୨ ଚିକିତ୍ସିତ ହେଉଛନ୍ତି। ୩୭୨ ଜଣଙ୍କ ମୃତ୍ୟୁ ଘଟିଛି।