Sat. Jan 11th, 2025

ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ, ଆଜି ପୁଣି ୨୮୯୮ ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

By amfnews Aug 20, 2020 #Featured
239 Views

ଭୁବନେଶ୍ୱର, ଅଗଷ୍ଟ ୨୦ : ରାଜ୍ୟରେ ଦିନକୁ ଦିନ ମହାମାରୀ କରୋନା ସ୍ଥିତି ଅସମ୍ଭାଳ ହେବାକୁ ଲାଗିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୯୮ ଜଣ ନୂତନ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୯୨ଜଣ କ୍ବାରେଣ୍ଟାଇନ୍‌ରେ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୧୦୬ଜଣ ସ୍ଥାନୀୟ ସଂକ୍ରମିତ ଭାବେ ଚିହ୍ନଟ ହୋଇଛନ୍ତି । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୦ଜଣ, ବରଗଡ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୪୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୫୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ, ଯାଜପୁର ଜିଲ୍ଲାରୁ ୬୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ୬୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨୪ଜଣ, କୋରାପୁଟ ଜିଲ୍ଲାରୁ ୧୩୨ଜଣ, ମାଲକାନଗିରି ଜିଲ୍ଲାରୁ ୬୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୭ଜଣ, ନୟାଗଡ଼ ଜିଲ୍ଲାରୁ ୨୩୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୦୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ ରହିଛନ୍ତି ।

By amfnews

Related Post