102 Views
ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରାଯାଇଛି। ୨୦୨୦ ଜାନୁଆରୀ ୧ରୁ ପିଛିଲା ଭାବେ ଏହାକୁ ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଛି।
ପୂର୍ବରୁ ବକେୟା ୧୦% ପ୍ରଦାନ ନେଇ ଘୋଷଣା କରିଥିଲେ ସରକାର। ହେଲେ ବକେୟା ଦରମାର ୧୦% ଓ ମହଙ୍ଗା ଭତ୍ତା ୫% ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିବା ପରେ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସି ଦେଖାଦେଇଛି।