Sat. Mar 7th, 2026

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

184 Views

ତେଲକୋଇ : କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ବେରନା ପୋଲ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ଲମ୍ବୋଦର ନାୟକ। ତାଙ୍କ ଘର କାରଦାଙ୍ଗି ଘୋଡ଼ାବେଡ଼ା ସାହିରେ।

ଆଜି ସକାଳେ ଲମ୍ବୋଦରଙ୍କ ମୃତଦେହ ରାସ୍ତାକଡ଼ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ମୃତଦେହ ନିକଟରେ ଏକ ବାଇକ୍‌ ମଧ୍ୟ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏନେଇ ପୁଲିସ୍‌କୁ ଖବର ଦିଆଯାଇଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ସଡ଼କ ଦୁର୍ଘଟଣାରେ ଲମ୍ବୋଦରଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।

By amfnews

Related Post