Thu. May 14th, 2026

ରେକର୍ଡମୁହାଁ କରୋନା, ରାଜ୍ୟରୁ ୧୭ ଜଣ ଆକ୍ରାନ୍ତଙ୍କ ଗଲା ଜୀବନ

263 Views

ଭୁବନେଶ୍ବର, ମେ ୦୬ :

କରୋନା ମହାମାରୀ ମାଡି ମାଡି ଚାଲିଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବେଲଗାମ ହେବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୧୭ ଜଣ ଆକ୍ରାନ୍ତ କରୋନା ସଂକ୍ରମଣରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଆଜି ପ୍ରାଣ ହରାଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ବାଲେଶ୍ବର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି,କେନ୍ଦୁଝର,ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫ ଲକ୍ଷ ୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ୮୧ ହଜାର ୫୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଲକ୍ଷ ୧୬ ହଜାର ୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୧୨୧ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

By amfnews

Related Post