Sun. Apr 26th, 2026

ଶିଷ୍ଟାଚାର ପାଠ ପଢ଼ିବେ ବିଧାୟକ, ବିଧାୟିକା

266 Views

ଭୁବନେଶ୍ୱର  :  ପାଠ ପଢ଼ିବେ ବିଧାୟକ। ବିଧାନସଭାରେ କିପରି ବ୍ୟବସ୍ଥିତ ଢଙ୍ଗରେ ଲୋକଙ୍କ ଦାବି ଉପସ୍ଥାପନ କରିବେ ସେ ସମ୍ପର୍କରେ ଷୋଡ଼ଶ ବିଧାନସଭାର ବିଧାୟକ ଓ ବିଧାୟିକାମାନଙ୍କୁ ଆଜିଠୁ ପ୍ରଶିକ୍ଷଣ ଦିଆଯିବ। ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚାଲିବ।

ପୂର୍ବାହ୍ନ ୧୦ଟା ୪୫ ମିନିଟ୍‌ରେ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ପ୍ରଥମ ଦିନରେ ବିଧାନସଭାର କମିଟି ବ୍ୟବସ୍ଥା ଓ ବୈଧାନିକ ପ୍ରକ୍ରିୟା ଉପରେ ଆଲୋଚନା ହେବ।  ଏଥିସହ ସଂସଦୀୟ ବିଶେଷାଧିକାର ପ୍ରଥା, ପରମ୍ପରା ଓ ଶିଷ୍ଟାଚାର ସମ୍ପର୍କରେ ଆଲୋଚନା ହେବ।

ଆସନ୍ତାକାଲି ଦ୍ୱିତୀୟ ଦିନରେ ବିଧାନସଭାର ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଗୃହରେ ସାର୍ବଜନୀନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ପ୍ରଶ୍ନ ଉପସ୍ଥାପନର ପ୍ରକ୍ରିୟା ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।

 

By amfnews

Related Post