168 Views
ପୁରୀ : ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଘୋଷଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଭକ୍ତଙ୍କ ମେଳକୁ ଚାଲି ଆସିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବ୍ୟସ୍ତ । ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ରଥଯାତ୍ରାରେ ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି । ଏଥିପାଇଁ ଆଜି ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ ।
ପବିତ୍ର ରଥଯାତ୍ରା ଅବସରରେ ତିନି ଠାକୁର ରଥାରୂଢ଼ ହୋଇ ଭକ୍ତଙ୍କ ମେଳରେ ବଡ଼ଦାଣ୍ଡରେ ଯାତ୍ରା କରିବେ । ଅତ୍ୟନ୍ତ ମନରୋମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି । ଦେବଦଳନ ରଥରେ ରଥାରୂଢ଼ ହୋଇସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା । ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ ଠାକୁର ଶ୍ରୀବଳଭଦ୍ର ।