Sat. Mar 7th, 2026

ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ ହେବା କ୍ଷେତ୍ରରେ ଏବେ ବି ଗଞ୍ଜାମ ଜିଲ୍ଲା ଆଗରେ

200 Views

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପୁରୀରୁ ୩ ଜଣ ଓ କଟକ ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଗଞ୍ଜାମ ଜିଲ୍ଲାରୁ ୫, ଯାଜପୁର ଜିଲ୍ଲାରୁ ୪୬, ଖୋର୍ଦ୍ଧା ଜିଲ୍ଲାରୁ ୩, ବାଲେଶ୍ୱର ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୩, ନୟାଗଡ଼ ଜିଲ୍ଲାରୁ ୬, କେନ୍ଦୁଝର ଜିଲ୍ଲାରୁ ୩, ବଲାଙ୍ଗୀର ଜିଲ୍ଲାରୁ ୨, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ନୂଆ ଆକ୍ରାନ୍ତ ଠାବ ହୋଇଥିବା ଜଣାଯାଇଛି। ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ ଅଛନ୍ତି କେତେ ଆକ୍ରାନ୍ତ।

ଏବେ ଗଞ୍ଜାମ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨ରେ ପହଞ୍ଚିଛି । ଏହି ସଂଖ୍ୟା ଯାଜପୁର ଜିଲ୍ଲାରେ ଦ୍ୱିତୀୟ ସର୍ବାଧିକ ୨୨୫, ବାଲେଶ୍ୱର ଜିଲ୍ଲାରେ ୧୨୫, ଭଦ୍ରକ ଜିଲ୍ଲାରେ ୯୮ ଖୋର୍ଦ୍ଧା ଜିଲ୍ଲାରେ ୭୪,  କେନ୍ଦ୍ରାପଡ଼ା ଜିଲ୍ଲାରେ ୪୦, ସୁନ୍ଦରଗଡ଼ ଜିଲ୍ଲାରେ ୨୮, ପୁରୀ ଜିଲ୍ଲାରେ ୪୮, ଅନୁଗୁଳ ଜିଲ୍ଲାରେ ୧୯, ମୟୂରଭଞ୍ଜ ଜିଲ୍ଲାରେ ୧୪ , କଳାହାଣ୍ଡି ଜିଲ୍ଲାରୁ ୧୩, କେନ୍ଦୁଝର ଜିଲ୍ଲାରେ ୧୧, କଟକ ଜିଲ୍ଲାରେ ୫୬, ବଲାଙ୍ଗୀର ଜିଲ୍ଲାରେ ୮, ନୟାଗଡ଼ ଜିଲ୍ଲାରେ ୨୭ ଜଣ, ଜଗତସିଂହପୁର ଜିଲ୍ଲାରେ ୩୦ ଜଣ, ବୌଦ୍ଧ ଜିଲ୍ଲାରେ ୩୩, ସମ୍ବଲପୁର ଜିଲ୍ଲାରେ ୫, କନ୍ଧମାଳ ଜିଲ୍ଲାରେ ୩, ମାଲକାନଗିରି ଜିଲ୍ଲାରେ ୩, ଦେବଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଜିଲ୍ଲାରେ ୨ରେ ପହଞ୍ଚିଛି ।

ଏତଦ ବ୍ୟତୀତ କୋରାପୁଟ ଜିଲ୍ଲାରେ ଜଣେ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୮୯ରେ ପହଞ୍ଚିଛି। ତେବେ ୩୯୩ଜଣ ସୁସ୍ଥ ହୋଇ ଘରକୁ ପେରିଛନ୍ତି।  ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି

By amfnews

Related Post