Wed. Sep 23rd, 2026

ସାବଧାନ! ବିନା କାରଣରେ ଗାଡ଼ିରେ ବୁଲିଲେ ଗଣିବ ତଣ୍ଡ

228 Views

ଖୋର୍ଦ୍ଧା :  କୌଣସି କାରଣ ନ ଥାଇ ଘରୁ ଗାଡ଼ି କାଢ଼ି ବୁଲିଲେ ଜରିମାନା ଦେବାକୁ ପଡ଼ିବ। ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି।

ଜାରି ହୋଇଥିବା ନିର୍ଦ୍ଦେଶନାମାରେ କୁହାଯାଇଛି ଯେ, ବିନା କାରଣରେ ଘରୁ ଦୁଇ ଚକିଆ କିମ୍ବା ଚାରି ଚକିଆ ଗାଡ଼ି ଧରି ବୁଲାବୁଲି କରୁଥିଲେ, ଜରିମାନା ଦେବାକୁ ପଡ଼ିବ। ଏପିଡେମିକ ଡିଜିଜ ଆକ୍ଟ ୧୮୯୭ ଏବଂ ଓଡିଶା କୋଭିଡ୍-୧୯ ନିୟାମକ ଆଇନ ୨୦୨୦ ଅନୁଯାୟୀ ଜରିମାନା ଆଦାୟ କରିବା ନେଇ ଉପ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାକୁ କରୋନା ହଟ୍‌ସ୍ପଟ୍‌ ଜିଲ୍ଲା ଭାବେ ଘୋଷଣା କରାଯାଇଥିଲା। ସେହିପରି କ୍ଲଷ୍ଟର ହଟ୍‌ସ୍ପଟ୍‌ ଜିଲ୍ଲା ତାଲିକାରେ ଭଦ୍ରକ ରହିଥିଲା। ଏହାବ୍ୟତୀତ  ଅଣ ହଟ୍‌ସ୍ପଟ୍‌ ତାଲିକାରେ ଓଡ଼ିଶାର ୭ ଜିଲ୍ଲା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା- କଟକ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ ଓ ସୁନ୍ଦରଗଡ଼।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ କେବଳ ଖୋର୍ଦ୍ଧା ଜିଲ୍ଲାରୁ ୪୬ ଜଣ ଅଛନ୍ତି। କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ସୁସ୍ଥ ହୋଇଛନ୍ତି ଓ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟମାନେ ଚିକିତ୍ସାଧୀନ ଅଛନ୍ତି।

By amfnews

Related Post