Fri. Mar 6th, 2026

ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ପ୍ରତିଷ୍ଠା ହେବ ଚେୟାର

265 Views

ଭୁବନେଶ୍ୱର : ପ୍ରତିଷ୍ଠିତ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଡଃ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଏକ ଚେୟାର ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରି କହିଛନ୍ତି ଯେ ଡଃ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ସଙ୍ଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିବର୍ଷ ରାଜ୍ୟର ଜଣେ ବିଶିଷ୍ଟ ସଙ୍ଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ।

ସେହିପରି ସଙ୍ଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରାଯିବ। ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ଡଃ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ଆସନ୍ତାକାଲି ସନ୍ଧ୍ୟାରେ ଏକ ରାଜ୍ୟସ୍ତରୀୟ ଶୋକସଭା ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

By amfnews

Related Post