ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲାରୁ ଆଜି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିl ଉକ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତିଜଣକ ରାଉରକେଲାର ବୋଲି ଜଣାଯାଇଛି। ଏହାଫଳରେ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଛୁଇଁଛି l ଏମାନଙ୍କ ମଧ୍ୟରୁ୬ ଜଣ ସୁସ୍ଥ ହୋଇଛନ୍ତି l ଏବେ ଜିଲ୍ଲାରେ ସକ୍ରିୟଙ୍କ ସଂଖ୍ୟା ୭ ରେ ପହଞ୍ଚିଛି।
ଏଣେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୧୮ଟି ଜିଲ୍ଲାରୁ ମୋଟ ୨୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଜିଲ୍ଲାରୁ ୨୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦ ବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୨୨ ହୋଇଥିବା ବେଳେ ସୁସ୍ଥ ହୋଇ ଫେରିଛନ୍ତି ୬୩ ଜଣ। ଦୁଇଜଣଙ୍କର ମୃତ୍ୟୁ ଘଟିଛି।