Sun. Aug 16th, 2026

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ବନ୍ଦ

206 Views

ଭୁବନେଶ୍ୱର : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ପଶ୍ଚିମ ଓଡ଼ିଶାରେ ବନ୍ଦ ପାଳନ କରାଯାଇଛି। ବଡ଼ି ଭୋରରୁ ହିଁ ଏହାର ପ୍ରଭାବ ସମ୍ବଲପୁର ସମେତ ବୌଦ୍ଧ ଓ ଝାରସୁଗୁଡ଼ାରେ ଦେଖିବାକୁ ମିଳିଛି। ସମ୍ବଲପୁରର କ୍ଷେତରାଜପୁର ରେଳ ଷ୍ଟେସନରେ ଆନ୍ଦୋଳନକାରୀମାନେ ପହଞ୍ଚି ବିକ୍ଷୋଭ କରିବା ସହ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସକୁ ଅଟକାଇଛନ୍ତି  ।

ସେହିପରି ବୌଦ୍ଧରେ, ଦୋକାନ ବଜାର ଓ ଗାଡ଼ି ମୋଟର ଚଳାଚଳ ବନ୍ଦ ରହିଛି। ଝାରସୁଗୁଡ଼ାରେ ମଧ୍ୟ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଓକିଲ ସଂଘର ଏହି ବନ୍ଦ ଡାକରାକୁ ବିଭିନ୍ନ ରାଜନୈତିକ ଦଳ ଓ ସାଧାରଣ ଜନତା ସମର୍ଥନ କରିଥିବା ଆନ୍ଦୋଳକାରୀ ଦାବି କରିଛନ୍ତି।

ଆଇନଜୀବୀଙ୍କ ଏହି ଆନ୍ଦୋଳନରେ ବିଭିନ୍ନ ରାଜନୈତିକ ଦଳ ସହ କିଛି ସ୍ୱେଚ୍ଛାସେବୀ ଅନୁଷ୍ଠାନ ମଧ୍ୟ ସାମିଲ ହୋଇଛନ୍ତି।  ଯେଉଁ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯାଇନି, ସେହି ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀ କହିଛନ୍ତି। ଓକିଲଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ନେଇ ବାର୍ କାଉନସିଲ ଅଫ୍ ଇଣ୍ଡିଆ କଠୋର ହେବା ପ୍ରସଙ୍ଗରେ ମଧ୍ୟ ଏହି ବନ୍ଦ ଡାକରା ଦିଆଯାଇଛି।

By amfnews

Related Post