Fri. Sep 11th, 2026

ହାତୀ ମୃତ୍ୟୁ ଘଟଣା: ୩ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

398 Views

ଢେଙ୍କାନାଳ, ନଭେମ୍ବର ୩: ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ କମଳାଙ୍ଗ ଗାଁ ନିକଟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୭ଟି ହାତୀ ମୃତ୍ୟୁ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ୩ଜଣଙ୍କୁ ଗିରଫ କରିଛି।

ସେସୁର ବହିଷ୍କୃତ କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମହାନ୍ତି, ମେରାମଣ୍ଡଳୀ ସେକ୍ସନ୍‌ ଫରେଷ୍ଟର ପ୍ରଭାକର ରଣା ଓ ମେରାମଣ୍ଡଳୀ ବିଟ୍ ଫରେଷ୍ଟ ଗାର୍ଡ ଗିରିଶ ଦେହୁରୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଛି।

ହାତୀ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଅନ୍ୟପଟେ, ଏହା ପୂର୍ବରୁ ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ବନବିଭାଗର ୩ ଜଣ କର୍ମଚାରୀ ନିଲମ୍ବିତ କରାଯାଇଥିଲା। ସେହିପରି ବିଦ୍ୟୁତ୍ ବିଭାଗର ଜଣେ ଅଧିକାରୀଙ୍କୁ ବହିଷ୍କାର ସହ ୩ ଜଣ ଅଧିକାରୀଙ୍କୁ ମଧ୍ୟ ନିଲମ୍ବିତ କରାଯାଇଥିଲା।

By amfnews

Related Post