Fri. Mar 6th, 2026

୨୪ ଘଣ୍ଟା ପର୍ଯ୍ୟନ୍ତ ମେଘୁଆ ରହିବ ଆକାଶ

424 Views

ରାଜ୍ୟରେ କାଳବୈଶାଖୀ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବ। ଏହାସହ ଘଡ଼ଘଡ଼ି ଓ କୂଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଘଣ୍ଟାପ୍ରତି ୪୫ରୁ ୬୫ କିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଗତକାଲି ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ଭଲ ବର୍ଷା ହୋଇଥିଲା। ତେବେ ଟିଟଲାଗଡରେ କିନ୍ତୁ ପାରଦ ୪୧.୫ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗିରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା।

By amfnews

Related Post