Sat. Mar 7th, 2026

୨୭ରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ହେମନ୍ତ ସୋରେନ୍

192 Views

ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କାର୍ଯ୍ୟନିର୍ବାହୀ ସଭାପତି ହେମନ୍ତ ସୋରେନ୍ ଆଗାମୀ ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାଯାଇଛି। ସେ ଦ୍ବିତୀୟ ଥର ଲାଗି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ।
ହେମନ୍ତ ସୋରେନ୍ ନିଜର ମନ୍ତ୍ରିମଣ୍ଡଳର ସହଯୋଗୀଙ୍କ ସହିତ ଡିସେମ୍ବର ୨୭ରେ ରାଞ୍ଚିର ମୋହରାବାଦୀ ପଡ଼ିଆରେ ଶପଥ ଗ୍ରହଣ କରିବେ ବୋଲି ସୂଚନା ଦେଇଛନ୍ତି। ସରକାର ଗଠନ ପ୍ରସଙ୍ଗରେ ସେ ଆଜି ଦିଲ୍ଲୀ ଯାଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ସାଂସଦ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବେ ବୋଲି ବି କହିଛନ୍ତି । ଏହାପରେ ହେମନ୍ତ ସରକାର ଗଠନ ଲାଗି ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବୋଲି ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ,୨୦୦୯ରୁ ୨୦୧୩ ପର୍ଯ୍ୟନ୍ତ ହେମନ୍ତ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଥିଲେ। ସେହି ସମୟରେ ବିଜେପିର ଅର୍ଜୁନ ମୁଣ୍ଡା ରାଜ୍ୟର ମୁଖ୍ୟମନ୍ତ୍ରୀ ରହିଥିଲେ। ସେତେବେଳେ ବିଜେପିକୁ ଜେଏମଏମ ସମର୍ଥନ କରୁଥିଲା। ତେବେ ୨୦୧୩ ଜାନୁଆରିରେ ଜେଏମଏମ ସମର୍ଥନ ପ୍ରତ୍ୟାହାର କରିନେବା ପରେ ସେଠାରେ ରାଷ୍ଟ୍ରପତି ଶାସନ ଜାରି ହୋଇଥିଲା। କିନ୍ତୁ ୬ ମାସ ପରେ ସେହି ବର୍ଷ ଜୁଲାଇରେ ହେମନ୍ତ ସୋରେନ୍ ଝାଡ଼ଖଣ୍ଡର ପଞ୍ଚମ ମୁଖ୍ୟମନ୍ତ୍ରୀ ହୋଇଥିଲେ। ୩୮ ବର୍ଷରେ ସେ ଦେଶର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବାର ଗୌରବ ଲାଭ କରିଥିଲେ। କିନ୍ତୁ ୨୦୧୪ ନିର୍ବାଚନରେ ତାଙ୍କ ଦଳ ପରାଜିତ ହୋଇଥିଲା ଏବଂ ବିଜେପି ବିଜୟ ଲାଭ କରିଥିଲା। ଫଳରେ ରଘୁବର ଦାସ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଥିଲେ।

By amfnews

Related Post