Fri. Mar 6th, 2026

୨୮ ଯାଏଁ କାଳବୈଶାଖୀ ବର୍ଷା

Several areas of Pune and Pimpri-Chinchwad recieved pre-monsoon showers on Wednesday briging much needed relief from soaring temperatures. Express Photo by Sandeep Daundkar,Pune,11.05.2016
248 Views

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ୨୯ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବି କାଳବୈଶାଖୀ ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଧା, ନୟାଗଡ଼ ଓ କଟକ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି।

ବୁଧବାର ଉପକୂଳ ଓଡ଼ିଶାରେ କାଳବୈଶାଖୀର ତାଣ୍ଡବ ଅନୁଭୂତ ହୋଇଥିବା ବେଳେ  ଗତକାଲି ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। ଗତ ୧୨ ଘଣ୍ଟା ମଧ୍ୟରେ କୌଣସି ସ୍ଥାନରେ ବର୍ଷା ହୋଇ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏଥିସହ ପଶ୍ଚିମ ଓଡ଼ିଶାରେ ବି ତାତି କମିଛି। ୫ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିଲା। ବଲାଙ୍ଗୀରରେ ୪୦.୮ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୪୦.୬, ଟିଟିଲାଗଡ଼ରେ ୪୦.୫, ତାଳଚେର ୪୦.୧, ଭବାନୀପାଟଣାରେ ୪୦ ଡିଗ୍ରି ରହିଥିଲା। ଉପକୂଳ ଓଡ଼ିଶାର ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରି ତଳକୁ ଖସି ଆସିଛି।

By amfnews

Related Post