Thu. Jun 11th, 2026

୩ରେ ଆଣ୍ଡାମାନ ସାଗରରେ ଲଘୁଚାପ

464 Views

ଭୁବନେଶ୍ବର: ଆସନ୍ତା‌ ୩ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୫ କିମ୍ବା ୬ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ପରେ ଏହାର ଗତି କେଉଁଆଡ଼େ ରହିବ ସେ ନେଇ ଏ ପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ ଆକଳନ କରି ନାହିଁ। ତେବେ ଏହାର ପ୍ରଭାବରେ ୭ ତାରିଖଠାରୁ ପୂର୍ବ ଭାରତରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୪ ଓ ୫ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। କିନ୍ତୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ଶୁଖିଲା ରହିବ। ଶନିବାର ଓ ରବିବାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୭ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ ରବିବାର ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବଳୟ ପରବର୍ତ୍ତୀ ସମୟରେ ଘୂର୍ଣ୍ଣିଝଡରେ ପରିଣତ ହୋଇପାରେ।

By amfnews

Related Post