Sun. Oct 18th, 2026
204 Views

ଭୁବନେଶ୍ୱର : କିଛି ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ଆଜି ପାଗରେ ପରିବର୍ତ୍ତନ ଆସିଛି। ଆଜି ସକାଳେ ପାଗ କୋହଲା ରହିଛି। ତେବେ ଆଜି ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଜି ଦିନ ୧୨ଟା ଯାଏ ସତର୍କ ରହିବାକୁ ଅଞ୍ଚଳବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ନୟାଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼।

By amfnews

Related Post