Sat. Mar 7th, 2026

ଅନୁଭବ- ବର୍ଷା ଛାଡପତ୍ର ମାମଲା ଉପରେ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ

316 Views

ନୂଆଦିଲ୍ଲୀ, ଅକ୍ଟୋବର ୧୬ : ଅଭିନେତ୍ରୀ ପତ୍ନୀ ବର୍ଷା ପ୍ରିୟଦର୍ଶୀନିଙ୍କୁ ଛାଡ଼ପତ୍ର ଦେବା ନିମନ୍ତେ ଅନୁଭବ ମହାନ୍ତି ପଟିଆଲା ହାଉସ କୋର୍ଟର ଦ୍ୱାରସ୍ଥ ହୋଇଥିବା ବେଳେ ଏବେ ଏହି ମାମଲା ଉପରେ ସ୍ଥଗିତାଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଉଭୟପକ୍ଷ ମଧ୍ୟରେ ସହମତି ଭିତ୍ତିକ ଆଲୋଚନା ପାଇଁ ଉଭୟ ପକ୍ଷର ଓକିଲଙ୍କୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ।

ସୂଚନାଯୋଗ୍ୟ, ପତ୍ନୀଙ୍କୁ ଛାଡ଼ପତ୍ର ଦେବା ନିମନ୍ତେ ପଟିଆଲା ହାଉସ କୋର୍ଟରେ ମାମଲା କରିଥିଲେ ଅନୁଭବ। ଅପରପକ୍ଷେ ମାମଲାକୁ କଟକ ଫ୍ୟାମିଲି କୋର୍ଟ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ବର୍ଷା।

By amfnews

Related Post