Sun. Mar 8th, 2026

ଅବପାତରେ ପରିଣତ ହେଲା ଲଘୁଚାପ, କାଲି ସକାଳେ ନେବ ବାତ୍ୟାର ରୂପ

188 Views

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଆସନ୍ତାକାଲି ସକାଳେ ବାତ୍ୟାରେ ପରିଣତ ହେବ। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, “ଆଜି ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି। ପାରାଦୀପଠୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ଅଛି। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ମୁହାଁଇବ। ତେବେ ଏହା କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ ତାହା ଜଣାପଡ଼ି ନାହିଁ।”

ମୃତ୍ୟୁଞ୍ଜୟ ମହାପାତ୍ର ଆହୁରି କହିଛନ୍ତି, “୯ ତାରିଖରେ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସକାଳେ ପବନର ବେଗ ୪୦ରୁ ୫୦ କି.ମି ରହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ରକୁ ଯାଇଛନ୍ତି, ସେମାନେ ୮ ତାରିଖ ସୁଦ୍ଧା ଫେରି ଆସିବା ଦରକାର।”

ବାତ୍ୟା ଖବର ଶୁଣି ଲୋକମାନେ ଆଦୌ ଭୟଭୀତ ହୁଅନ୍ତୁ ନାହିଁ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ କହିଛନ୍ତି।

By amfnews

Related Post