180 Views
ଓଡ଼ିଶା,ଡିସେମ୍ବର 10 : ଅଧିକ ତଥ୍ୟ ହାସଲ ପାଇଁ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । କାଲିଠୁ ଆକାଶଙ୍କୁ ରିମାଣ୍ଡରେ ନେଇ ଜେରା କରିବ କ୍ରାଇମବ୍ରାଞ୍ଚ । ଆକାଶ ପୁନେ ଟାଟା ପାସେଞ୍ଜର୍ସ ଡିଭିଜନରେ ଏମଡି ଥିବା କହିଥିଲେ ।
ଟାଟାରେ ଚାକିରି ଦେବାକୁ କହି ଲୋକଙ୍କୁଠାରୁ କୋଟି କୋଟି ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି । ସେ ଟାଟାର କର୍ମଚାରୀ ନଥିବା କମ୍ପାନୀ କର୍ତ୍ତୃପକ୍ଷ ସ୍ପଷ୍ଟୀକରଣ ଦେଇଛନ୍ତି । ପୂର୍ବରୁ ବି ଟାଟା କର୍ତ୍ତୃପକ୍ଷ କ୍ରାଇମବ୍ରାଞ୍ଚରେ ଅଭିଯୋଗ କରିଥିଲେ ।ଜାଲିଆତିର ଗୁମର ଖୋଲିବା ପରେ କ୍ରାଇମବ୍ରାଞ୍ଚର ଗୋଟିଏ ଟିମ୍ ପୁନେ ଯାଇ କୋଳତାଡ କରିଥିଲା ।
ଆଉ ଗୋଟିଏ ଟିମ୍ ବ୍ରହ୍ମପୁରରେ ତଦନ୍ତ କରିବା ସହ ତଥ୍ୟ ହାତେଇଥିଲା । ଅଧିକ ଖୋଳତାଡ ପାଇଁ ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ ।