Wed. Dec 25th, 2024

ଆଗାମୀ ୨୪ ଘଣ୍ଟା ପ୍ରବଳ ବର୍ଷା ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

By amfnews Aug 5, 2020 #Featured
175 Views

ଭୁବନେଶ୍ୱର, ଅଗଷ୍ଟ ୦୫ : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ପ୍ରବଳ ବର୍ଷା । ଆଗାମୀ ୨୪ ଘଣ୍ଟା‌ ମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେବାକୁ ଯାଉଥିବାରୁ ଏହା ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲା ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଅନ୍ୟପଟେ କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ସୋନପୁର ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିସନର ପ୍ରଦୀପ ଜେନା। ବିଶେଷ କରି ଉପକୂଳ ଓ ପଶ୍ଚିମ ଓଡ଼ିଶା ଜିଲ୍ଲାରେ ଥିବା ତଳିଆ ଅଞ୍ଚଳଗୁଡ଼ିରେ ପାଣି ଜମିବା ଯୋଗୁଁ ଲୋକେ ଯେପରି ଅସୁବିଧା ନଭୋଗନ୍ତୁ, ସେଥିପାଇଁ ଆଗୁଆ ପଦକ୍ଷେପ ନେବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ସମୁଦ୍ର ଅଶାନ୍ତ ରହୁଥିବାରୁ ଅଗଷ୍ଟ ୪ ଓ ୫ ତାରିଖ ଦୁଇ ଦିନ ପାଇଁ ମତ୍ସ୍ୟଜୀବୀମାନଙ୍କୁ ମାଛ ଧରିବାକୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

By amfnews

Related Post