Sat. Jun 7th, 2025

ଆଜି ଠାରୁ ଆରମ୍ଭ ହେଲା ମହାପ୍ରଭୁଙ୍କ କାର୍ତ୍ତିକ ନୀତିକାନ୍ତି

By amfnews Oct 27, 2020 #Featured
260 Views

ପୁରୀ, ଅକ୍ଟୋବର ୨୭ : ଶ୍ରୀମନ୍ଦିରରେ ଆଜି ଠାରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ଆଶ୍ୱୀନ ମାସ ଶୁକ୍ଳପକ୍ଷ ଏକାଦଶୀ ଅର୍ଥାତ୍ ଆଜିଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ ଟାରେ ଦ୍ୱାର ଫିଟା, ତାପରେ ମଙ୍ଗଳାଆରତୀ ନୀତି ସରିଛି । ଏହାପରେ ଶ୍ରୀଜିଉଙ୍କ ଅନ୍ୟ ନୀତିକାନ୍ତି ଚାଲିଛି ।

ଆଜିର ଦିନରେ ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ । ସନ୍ଧ୍ୟା ଆରତୀ, ସନ୍ଧ୍ୟା ଧୂପ, ବଡ଼ସିଂହାର ବେଶ ଆଦି ନୀତି କରାଯିବ । ସେହିପରି ନଭେମ୍ବର ୨୫ ତାରିଖରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ, ୨୬ ତାରିଖରେ ବାଙ୍କଚୁଡ଼ ବେଶ, ୨୭ ରେ ନାଗାର୍ଜୁନ ବେଶ, ୨୮ ତାରିଖରେ ତ୍ରିବିକ୍ରମ ବେଶ, ୨୯ ତାରିଖରେ ଲକ୍ଷ୍ମୀନୃସିଂହ ବେଶ ସହ ଶେଷରେ ୩୦ ତାରିଖରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ।ସବୁ ସେବାୟତଙ୍କ ଭିତରେ ସହଯୋଗ ରଖି ମହାପ୍ରଭୁଙ୍କ ନୀତିକୁ ସୁରୁଖୁରୁରେ ସମ୍ପାଦନ କରାଯିବ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି ।

By amfnews

Related Post