Mon. Sep 14th, 2026

ଆଜି ମିଳିବ କାଳିଆ ସହାୟତା ଟଙ୍କା, ରାଜ୍ୟର ୫୩ ଲକ୍ଷ ଚାଷୀଙ୍କୁ ୧୨ ଶହ କୋଟି ଟଙ୍କା ପ୍ରଦାନ କରିବେ ସରକାର

333 Views

ଭୁବନେଶ୍ବର, ଫେବୃଆରୀ ୧୨ :

ରାଜ୍ୟ ସରକାର ଆଜି ଓଡ଼ିଶାର ୫୩ ଲକ୍ଷ ଚାଷୀଙ୍କୁ ୧୨ ଶହ କୋଟି ଟଙ୍କା ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତରଣ (ଡିବିଟି) ଜରିଆରେ ବାଣ୍ଟିବେ। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏହି ଅର୍ଥ ସିଧାସଳଖ ଦିଆଯିବ।

ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟର ୫୩ ଲକ୍ଷ ଚାଷୀଙ୍କୁ ‘କାଳିଆ’ ସହାୟତା ଯୋଗାଇବା ପାଇଁ ଯୋଜନା ରହିଛି। ଏନେଇ ସରକାରୀ ସ୍ତରରେ ସବୁପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଚାଷୀ ମାନେ ତାଙ୍କର ବକେୟା ପ୍ରାପ୍ୟ ପାଇବେ ବୋଲି କୃଷି ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ ରାଜ୍ୟରେ ୫୩ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ଚାଷୀ ଅଯୋଗ୍ୟ ନେଇ ଅଭିଯୋଗ ରହିଥିଲା। ଏହାକୁ ଯାଞ୍ଚ କରାଯିବା ପରେ ପ୍ରାୟ ୪୯ ହଜାର ଚାଷୀ ବାଦ୍ ପଡ଼ିଛନ୍ତି। ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଟଙ୍କା ହସ୍ତାନ୍ତର କରିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି ।

By amfnews

Related Post