Wed. Dec 25th, 2024

ଆଜି ସନ୍ଧ୍ୟାରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ” ନିଭାର୍”, ପୁଡୁଚେରୀ ରେ ୧୪୪ ଧାରା ଜାରି

By amfnews Nov 25, 2020 #Featured
139 Views

ନୂଆଦିଲ୍ଲୀ, ନଭେମ୍ବର 25:  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶ ଘନୀଭୂତ ହୋଇ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଛି । ଏହା ଘଂଟାକୁ ପ୍ରାୟ ୫କିଲୋମିଟର ବେଗରେ ପଶ୍ଚିମ ଦିଗରେ ଗତି କରୁଛି ।  ଆଜି ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁ ଏବଂ ପୁଡୁଚେରୀ ନିକଟରେ ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି ।

ଏବେ ଠାରୁ ବାତ୍ୟା  ପ୍ରଭାବ ତାମିଲନାଡୁରେ ଦେଖିବାକୁ ମିଳିଛି । ବାତ୍ୟା ନିଭାର ପ୍ରଭାବରେ ଚେନ୍ନାଇ ସମେତ ଅଧିକାଂଶ ସ୍ଥାନରେ ଆରମ୍ଭ ହୋଇଛି ବର୍ଷା । ‘ନିଭାର’ର ମୁକାବିଲା ପାଇଁ ତାମିଲନାଡୁ ଓ ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ଉଦ୍ଧାରକାରୀ ଦଳ ଓ ଏନଡିଆରଏଫକୁ ନିୟୋଜିତ କରାଯାଇଛି ।  ସେପଟେ ପରିସ୍ଥିତିକୁ ନଜରରେ ରଖି ୨୫ନଭେମ୍ବର ତାମିଲନାଡୁରେ ସାର୍ବଜନିକ ଛୁଟି ଘୋଷଣା କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ପୁଡୁଚେରୀରେ ୧୪୪ଧାରା ଜାରି ହୋଇଛି  । ତାମିଲନାଡୁ,ପଣ୍ଡିଚେରୀ ଓ ଆନ୍ଧ୍ରପ୍ରଦେଶରେ ୨୩ଟି ଏନଡିଆରଏଫ ଟିମ ମୁତୟନ କରାଯାଇଛି । ଏହି ସମୟରେ ଘଂଟା ପ୍ରତି ୧୨୦ରୁ ୧୩୦ କିଲୋମିଟର ବେଗରେ ପବନ ବୋହିବା ସହ ସର୍ବାଧିକ ୧୪୫କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ସାଇକ୍ଲୋନିକ ଷ୍ଟର୍ମ ‘ନିଭାର’ ପ୍ରଭାବରେ ତାମିଲନାଡୁ, ପୁଡୁଚେରି, କରାଇକେଲ, ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଓ ରୟାଲ ସୀମା, ଦକ୍ଷିଣ ପୂର୍ବ ତେଲେଙ୍ଗାନାରେ ଆସନ୍ତା ଦୁଇ ଦିନ ଧରି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥି ଯୋଗୁଁ ଓଡିଶାକୁ ବିପଦକୁ ନଥିଲେ ମଧ୍ୟ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । କିନ୍ତୁ ପବନର ପ୍ରଭାବ ଓଡିଶାରେ ରହିବ ନାହିଁ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୫ ଓ ୨୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମଧରଣର ବର୍ଷା ହେବ ।

By amfnews

Related Post