Thu. Sep 24th, 2026

ଆଜିଠୁ ଘଡ଼ଘଡ଼ି ସହ କୁଆପଥର ବର୍ଷା

278 Views

ଭୁବନେଶ୍ବର : ଶନିବାରଠାରୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗିରହିବ। ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତା ୪୮ ଘଣ୍ଟା‌ରେ କିଛି ସ୍ଥାନରେ ବଜ୍ରପାତର ବି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାରେ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୬ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ‌ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ। ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। ଠାଏ ଠାଏ କୁଆପଥର ବର୍ଷା ହୋଇପାରେ। ହେଲେ ଉପକୂଳ ଓଡ଼ିଶାରେ ହାଲକା କୁହୁଡ଼ି ଲାଗିରହିବ। ୨୭ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନ ସମେତ ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ। ୨୮ ଓ ୨୯ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳ ଓ ଉତ୍ତର ଓଡ଼ିଶାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି।

By amfnews

Related Post