Wed. Jul 29th, 2026

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱଭୂଷଣ ହରିଚନ୍ଦନ

480 Views

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ବିଶ୍ୱଭୂଷଣ ହରିଚନ୍ଦନ।  ଶପଥ ଗ୍ରହଣ ଉତ୍ସବରେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ୱାଇ.ଏସ୍. ଜଗନମୋହନ ରେଡ୍ଡି ଉପସ୍ଥିତ ଥିଲେ।

ଗତ ୧୬ ତାରିଖରେ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ  କରାଯିବା ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହରିଚନ୍ଦନ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ ନୀଳମଣି ରାଉତରାୟ, ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ କାଳରେ ସେ ଶିଳ୍ପ, ରାଜସ୍ୱ, ଆଇନ, ଖାଦ୍ୟ ଯୋଗାଣ ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଥିଲେ। ୧୯୮୦ରୁ ୮୮ ଯାଏ ସେ ରାଜ୍ୟ ବିଜେପି ସଭାପତି ଦାୟିତ୍ୱରେ ରହିଥିଲେ।

 

By amfnews

Related Post