Fri. Apr 24th, 2026

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସମସ୍ତ ଜିଲ୍ଲାରେ ରହିଛି କାଳବୈଶାଖୀ ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ

321 Views

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ରାଜ୍ୟର ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ସ୍ଥଳ ବିଶେଷରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଗତକାଲି (ମଙ୍ଗଳବାର) ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୨.୫ ଡିଗ୍ରି ସେଲସିୟସ ତାଳଚେର ଠାରେ ରେକର୍ଡ କରା ଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୧.୨ ଡିଗ୍ରି ସେଲସିୟସ ବାଲେଶ୍ୱର ଠାରେ ରେକର୍ଡ କରା ଯାଇଥିଲା।

By amfnews

Related Post