201 Views
ଭୁବନେଶ୍ୱର,୧ ସେପ୍ଟେମ୍ବର:
ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡିଶାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୭ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ସହ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଦେବଗଡ, ସମ୍ବଲପୁର, ସୋନପୁର, ବରଗଡ, ଜଗତସିଂପୁର, ବଲାଙ୍ଗିର, କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।ସେହିଭଳି ବୌଦ୍ଧ, ନୟାଗଡ, କଳାହାଣ୍ଡି, ପୁରି, କଟକ, କେନ୍ଦ୍ରାପଡା, ଯାଜପୁର, ସୁନ୍ଦରଗଡ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ପରେ ବର୍ଷାର ପରିମାଣ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।