Wed. Sep 9th, 2026

ଆସନ୍ତାକାଲିଠାରୁ ମ୍ୟାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

254 Views

ଭୁବନେଶ୍ୱର : ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ମ୍ୟାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଥିଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତ ବର୍ଷ ମୋଟ ୨୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିପାଇଁ ୧୨୨ଟି ପରୀକ୍ଷା କେନ୍ଦ୍ର କରାଯାଇଛି।

ମୁକ୍ତ ବିଦ୍ୟାଳୟ ପରୀକ୍ଷା ଲାଗି ଆଉ ୫୪ଟି କେନ୍ଦ୍ର କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରକୁ ନୋଡାଲ୍‌ ସେଣ୍ଟର ଭାବେ ଚିହ୍ନଟ କରିଛି ବୋର୍ଡ। ପରୀକ୍ଷା ପାଇଁ ସବୁ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି। ପ୍ରଶ୍ନପତ୍ର ଭାଇରାଲ୍‌ ଭଳି ଘଟଣା ରୋକିବାକୁ ମୋବାଇଲ୍‌ ଫୋନ୍‌ କଟକଣା ଉପରେ ଅଧିକ ଗୁରୁତ୍ୱ ଦେଇଛି ବୋର୍ଡ।

 

By amfnews

Related Post