Fri. Apr 24th, 2026

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

166 Views

ଭୁବନେଶ୍ୱର : ରାଜ୍ୟରେ ଗତ ୩ ଦିନ ହେବ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଉପକୂଳରୁ ପଶ୍ଚିମ, ଉତ୍ତର ସବୁଠି ବର୍ଷା ଯୋଗୁ ସାଧାରଣ ଜନଜୀବନ ଠପ୍ ହୋଇଯାଇଛି। ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଏଥିନିମନ୍ତେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି। ଗତକାଲି ଅପରାହ୍ନରୁ କିଛି ସ୍ଥାନରେ ପାଗରେ ପରିବର୍ତ୍ତନ ହୋଇଥିଲେ ମଧ୍ୟ ଅନେକ ସ୍ଥାନରେ ଏବେ ବି ବର୍ଷା ଲାଗି ରହିଛି।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନ ମୋଦନ ଦାସ କହିଛନ୍ତି,“  ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼। ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି।”

By amfnews

Related Post