Sat. Mar 7th, 2026

କଟକରେ ଆଞ୍ଚଳିକ ଶିଳ୍ପ ଓ ବାଣିଜ୍ୟ ମେଳା ଆରମ୍ଭ

149 Views

କଟକ : କଟକର ଉପର ବାଲିଯାତ୍ରା ପଡ଼ିଆରେ ଆରମ୍ଭ ହୋଇଛି ଆଞ୍ଚଳିକ ଶିଳ୍ପ ଓ ବାଣିଜ୍ୟ ମେଳା। ଓଡିଶା ଇଣ୍ଡଷ୍ଟ୍ରିଜ୍ ଆସୋସିଏସନ୍ ପକ୍ଷରୁ ଗତକାଲି ଆରମ୍ଭ ହୋଇଥିବା ଏହି ମେଳା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ।

୫ ଦିନ ଧରି ଚାଲିବାକୁ ଥିବା ଏହି ମେଳାକୁ ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ବିଭାଗର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଅନ୍ୟ ସମ୍ମାନିତ ଅତିଥି ଭାବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, କଟକ ବାରବାଟି ବିଧାୟକ ମହମ୍ମଦ ମୋକିମ୍ ,କଟକ ଚୌଦ୍ୱାର ବିଧାୟକ ଶୋଭିକ୍ ବିଶ୍ୱାଳ ଓ ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ସମେତ ମେଳା ଆୟୋଜନ କମିଟିର ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ଏହି ମେଳାରେ ପ୍ରାୟ ୨୦୦ରୁ ଅଧିକ ଷ୍ଟଲ ଲାଗିଛି।

By amfnews

Related Post