Sun. Mar 8th, 2026

କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା ସହ ମାର୍ଚ୍ଚ ୩୧ ତାରିଖ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି

439 Views

ଭୁବନେଶ୍ୱର: କରୋନା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ | ଆସନ୍ତା ମାର୍ଚ୍ଚ ୩୧ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି | କରୋନା ସମ୍ପର୍କରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ବିବୃତି ରଖିଛନ୍ତି | ନିଜ ବିବୃତିରେ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବାବେଳେ ଆସନ୍ତା ୩୧ ତାରିଖ ଯାଏଁ ସବୁ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି |

ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବାର ଜଣାପଡିଛି | ତେବେ ଶିକ୍ଷାନୁଷ୍ଠାନ ବନ୍ଦ ସତ୍ୱେ ଯଦି ପରୀକ୍ଷା ଚାଲିଥିବ ଏହା ଚାଲୁ ରହିବ ବୋଲି କୁହାଯାଇଛି |

ସେହିପରି ସୁଇମିଙ୍ଗ ପୁଲ ଓ ସିନେମା ହଲ ବନ୍ଦ ରହିବ ବୋଲି ମଧ୍ୟ କୁହାଯାଇଛି | କରୋନା ଲାଗି ସରକାର ୨୦୦ କୋଟି ଟଙ୍କାର ସତନ୍ତ୍ର ପ୍ୟାକେଜ୍ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। କରୋନାକୁ ଆଖି ଆଗରେ ରଖି ରାଜ୍ୟରେ ଯଥେଷ୍ଟ ମାତ୍ରାରେ ମାସ୍କ, ପେପର ସପ୍‌, ପରିମଳ ସାମଗ୍ରୀ ମହଜୁଦ ରଖିବାକୁ ବି ଏଥିରେ ନିଷ୍ପତ୍ତି ହୋଇଥିବାର ସୂଚନା ମିଳିଛି।।

By amfnews

Related Post