Thu. Jun 11th, 2026

କାଠଫାଳିଆରେ ପିଟିପିଟି ରାଜମିସ୍ତ୍ରୀଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

224 Views

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର କଲ୍ୟାଣ ମଣ୍ଡପ ପଛପଟ ବସ୍ତିରେ ଜଣେ ରାଜମିସ୍ତ୍ରୀଙ୍କୁ କାଠଫାଳିଆରେ ପିଟିପିଟି ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ହତ୍ୟାକାଣ୍ଡର ଅଭିଯୁକ୍ତକୁ ପୁଲିସ ଗିରଫ କରିଥିବା ଜଣାଯାଇଛି। ତେବେ ହତ୍ୟା ପଛର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।

ପ୍ରାପ୍ତ ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁର କଲ୍ୟାଣ ମଣ୍ଡପ ପଛପଟ ବସ୍ତିରେ ଜଣେ ରାଜମିସ୍ତ୍ରୀଙ୍କୁ ଅନ୍ୟ ଜଣେ ବ୍ୟକ୍ତି ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣକଙ୍କ ନାମ ଦୀପକ ବୋଲି ଜଣାପଡ଼ିଛି, ଯିଏ କି ରାଜମିସ୍ତ୍ରୀ ଭାବରେ କାମ କରୁଥିଲେ ।

ଦୀପକ ଏବଂ ଅନ୍ୟ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଅଭିଯୁକ୍ତ ରାଗରେ ଦୀପକଙ୍କୁ କାଠ ଫାଳରେ ପିଟିପିଟି ଘଟଣାସ୍ଥଳରେ ହତ୍ୟା କରିଥିଲା। ଖବର ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଥିଲା। ଏହି ଘଟଣାରେ ପୁଲିସ ଅଭିଯୁକ୍ତଙ୍କୁ ପଚରାଉଚରା କରୁଥିବା ବେଳେ ଆଜି ସକାଳେ ଏକ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲେ।

By amfnews

Related Post