Sat. Oct 17th, 2026

କାଲି ପୁଣି ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେବେ ମୋଦି

268 Views

ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନା ଭାଇରସର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ।

ଭିଡିଓ କନଫରେନ୍ସିଂ ଜରିଆରେ ମଧ୍ୟାହ୍ଣ ୧୧ଟା ବେଳେ ଏହି ଆଲୋଚନା ହେବ। ଏଥିପାଇଁ ତାମିଲନାଡୁ, ବିହାର, ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ, ହରିଆଣା, ଆନ୍ଧ୍ର ପ୍ରଦେଶ, ଆସାମ, ମହାରାଷ୍ଟ୍ର ଓ କେରଳ ମୁଖ୍ୟମନ୍ତ୍ରୀମାନଙ୍କୁ ଷ୍ଟାଟସ ରିପୋର୍ଟ ଦେବାକୁ କୁହାଯାଇଛି। ଏହି ବୈଠକରେ ଗୃହ ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ସ୍ୱାସ୍ଥ୍ୟ ସଚିବ ମାନଙ୍କୁ ମଧ୍ୟ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ରହିବାକୁ ମଧ୍ୟ କୁହାଯାଇଛି।

By amfnews

Related Post