Wed. Sep 30th, 2026

କୁଆଖାଇ ନଦୀରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

298 Views

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କୁଆଖାଇ ନଦୀରୁ ଜଣେ ଯୁବକର ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତେବେ ତାଙ୍କ ପରିଚୟ ମିଳିପାରିନାହିଁ। ମୃତଦେହଟି ଫୁଲି ଯାଇଥିବାରୁ ବେଶ୍ କିଛି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।ଆଜି ସକାଳେ ବାଲିଅନ୍ତା ଥାନା ଅନ୍ତର୍ଗତ ବାଙ୍କୁଆଳ ବ୍ରିଜ୍‌ ତଳେ ମୃତଦେହଟି ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହଟି ଉଦ୍ଧାର କରିଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

By amfnews

Related Post